ଚଳିତ ବର୍ଷ ୧ କୋଟି ମେଟ୍ରିକ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି। କିପରି ସହଜ ଭାବେ ମଣ୍ଡିରେ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯାଇପାରିବ, ସେଥିପ୍ରତି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରମୁଖ ନଜର ରଖିଛନ୍ତି।

ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ ଗୋଦାମ ଗୃହ ନିର୍ମାଣ କରିବା ଏବଂ କୃଷକମାନଙ୍କ ସର୍ବାଧିକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଧାନ ମଣ୍ଡିକୁ ଯିବାର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହାର ମୂଲ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପଠାଯାଇଥାଏ। ଏହି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା ଅବଲମ୍ବନ କରିବା ପାଇଁ ମଣ୍ଡିରେ ଧାନ ସଂଗ୍ରହରେ ବାୟୋମେଟ୍ରିକ୍ ପଦ୍ଧତି ଓ ଆଧାର ସଂଯୋଗୀକରଣ ବ୍ୟବସ୍ଥା କରାଯାଇଛି। ଏହାର ପ୍ରକ୍ରିୟାକରଣ ସମୟରେ କୃଷି ଓ କୃଷକ ବିଭାଗୀୟ ଜିଲ୍ଲା ଅଧିକାରୀ ମାନେ ପ୍ରତ୍ୟକ୍ଷ ଭାବେ ଏହି ସ୍ଥାନରେ ଯାଞ୍ଚ କରିବାର ବ୍ୟବସ୍ଥା ମଧ୍ୟ କରାଯାଇଛି।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×