ରାଜ୍ୟରେ ମହକ ବୁଣୁଛି ଓଡ଼ିଶା ମିଲେଟ ମିଶନ୍‌

0

ଓଡ଼ିଶାରେ ମିଲେଟ ମିଶନ ଏବେ ଏକ ବିପ୍ଲବରେ ରୂପାନ୍ତରିତ ହୋଇଛି । ଶୁଷ୍କ ମାଟିର ସୁନା ମାଣ୍ଡିଆକୁ ଚାଷ କରିବା ପାଇଁ ଚାଷୀ ଏବେ ବେଶ ଆଗଭର । ଚାଷୀ ମାନଙ୍କୁ ଏ ଦିଗରେ ତାଲିମ ମିଳିବା ସହ ଓଡ଼ିଶା ମିଲେଟ ମିଶନ ଜରିଆରେ ଅନେକ ଉପଯୋଗୀ ପନ୍ଥା ଆପଣାଯାଉଛି । ଏମିତିକି ବଡ଼ ବଡ଼ ହୋଟେଲ ମାନେ ଏବେ ଖାଦ୍ୟ ମନେୁରେ ମାଣ୍ଡିଆକୁ ସାମିଲ କରିବାକୁ ମନ ବଳାଇଛନ୍ତି । କେବଳ ସେତିକି ନୁହେଁ ରାଜ୍ୟ ସରକାରଙ୍କ ତରଫରୁ ମାଣ୍ଡିଆର ଭୂ ପ୍ରଜାତି ଜାରି କରିବାରେ ଦେଶର ପ୍ରଥମ ରାଜ୍ୟ ଓଡ଼ିଶା । ୧୬୩ଟି ଭୂପ୍ରଜାତିର ଚିହ୍ନଟକରଣ କରାଯିବା ସହ ଏ ଦିଗରେ ବେଶ ତତ୍ପର ଭାବେ କାମ କରୁଛନ୍ତି ରାଜ୍ୟ ସରକାର । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କୃଷି ଓ କୃଷକର ବିକାଶ ଆଭିମୁଖ୍ୟକୁ ନେଇ ଏହି ମିଲେଟ ମିଶନ ଆଗାମୀ ଦିନର ସଫଳତାର ତୂର୍ଯ୍ୟନାଦ କରିବ ।

nano urea

ଆପଣମାନେ ମାଣ୍ଡିଆ ବିଷୟରେ ପିଲାଟି ଦିନରୁ ଶୁଣିଥ୍‌ôବେ , ଏଥିରେ ଦ୍ୱିମତ ନାହିଁ । କିନ୍ତୁ ମାଣ୍ଡିଆ ପ୍ରତି ଯେଉଁ ଭାବନା ୧୫-୨୦ବର୍ଷ ତଳେ ଥିଲା ଆଜି ସେଥିରେ ଆକାଶ ପାତାଳ ତଫାତ୍‌ । ଆଜି ମାଣ୍ଡିଆ କେବଳ ଏକ ଲଘୁଶସ୍ୟ ନୁହେଁ , ଏହା ଏକ ମିଶନ । ରାଜ୍ୟସରକାରଙ୍କ କୃଷି ବିଭାଗ ଠାରୁ ଆରମ୍ଭ କରି ଓଡ଼ିଶା ମିଲେଟ ମିଶନ ଏ ଦିଗରେ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଛି । ୨୦୨୩କୁ ଆନ୍ତର୍ଜାତୀୟ ମାଣ୍ଡିଆ ବର୍ଷ ଭାବେ ଘୋଷଣା କରାଯିବା ସହ ନଭେମ୍ବର ୧୦କୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଇଥିଲା । ଏବେ ମାଣ୍ଡିଆ ପାଇଁ ଆକାଂକ୍ଷା ଆଉ ଉତ୍କଣ୍ଠା । ସବୁଠି ମିଲେଟର ଜୟଯାତ୍ରା । ମଲ୍‌ ମାନଙ୍କରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ତ ପୁଣି ବିଭିନ୍ନ ଉତ୍ସବ ମାନଙ୍କରେ ମାଣ୍ଡିଆର ଖାଦ୍ୟ ପାଖରେ ଲୋକ ଭିଡ଼ ଜମେଇଲେଣି ।

କେବଳ ମଧୁମେୟ ରୋଗୀ ନୁହେଁ ସମାଜର ସବୁ ଶ୍ରେଣୀ ଆଉ ସବୁ ବର୍ଗର ଲୋକେ ଏହାକୁ ଏବେ ନିଜ ଖାଦ୍ୟରେ ସାମିଲ କଲେଣି । ମିଶନ୍‌ ଶକ୍ତି ମା’ ମାନେ ଏବେ ମିଲେଟ ଶକ୍ତି କାଫେ ରେ ନିଜର ପାରଦର୍ଶିତା ଦେଖାଇଲେଣି । ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟପେୟ ଏବେ ଏହି କାଫେରେ ଉପଲବ୍ଧ । ଏଥିରେ ମା’ ମାନଙ୍କର ହିଁ ଭୂମିକା ଅଧିକ ଓଡ଼ିଶା ମିଲେଟ ମିଶନ ଏବେ ଏକ ବିପ୍ଲବରେ ପରିଣତ ହେଲାଣି । ଫାର୍ମରୁ ପ୍ଲେଟ ଯାଏଁ ମାଣ୍ଡିଆ ଆଜି ସଫଳତାର ଗୀତ ଗାଉଛି । ମିଶନ୍‌ ଶକ୍ତି ,କୃଷି ବିଭାଗ, ମହିଳା ଓ ଶିଶୁ ବିକାଶ ପରି ବିଭନ୍ନ ବିଭାଗ ମାନେ ଏବେ ଏହି ସଫଳତାରେ ଯୋଡ଼ି ହୋଇଛନ୍ତି । ଆମ ରାଜ୍ୟର ମିଲେଟ ମିଶନ ଏବେ ୧୯ଟି ଜିଲ୍ଲାରେ ପ୍ରସାର ହେବା ସହ ବର୍ତ୍ତମାନ ସମୟରେ ବୋ÷ଦ୍ଧ, ଢେ଼ଙ୍କାନାଳ , ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲା ଏହି ପ୍ରୟାସର ସାମିଲ ହୋଇଛନ୍ତି । ୧୪୨ ବ୍ଲକର ୧୭୨୨ ଗ୍ରାମ ପଂଚାୟତର ୧୬୯୮୯ ଗ୍ରାମର ପାଖାପାଖି ୧.୩ ଲକ୍ଷ ଚାଷୀ ମାନେ ଆଜି ମିଲେଟ ମିଶନରେ ଯୋଡ଼ି ଏହି ବିପ୍ଲବର ସାରଥି ସାଜିଛନ୍ତି । ୨୦୨୦-୨୧ ସୁଦ୍ଧା ପାଖାପାଖି ୭ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଏହି ମିଶନ ଦ୍ୱାରା ଉତ୍ପାଦିତ ହୋଇଥିଲା । ଓଡ଼ିଶା ମିଲେଟ ମିଶନ ଜୈବିକ କୃଷିକୁ ପ୍ରାଧାନ୍ୟ ଦେଇ ଚାଷ କରିବା ସହ ଚାଷ ଜମିର ଗୁଣବତ୍ତା ବୃଦ୍ଧି ଉପରେ ଗୁରୁତ୍ୱ ଦିଏ ।

Leave A Reply

Your email address will not be published.

11 − 5 =