ତିନି ଦିନିଆ ମତ୍ସ୍ୟ ଓ ପ୍ରାଣୀ ସମାବେଶ ଉଦଯାପିତ

ମତ୍ସ୍ୟ ଉତ୍ପାଦନରେ ଦେଶର ଚତୁର୍ଥ ସ୍ଥାନରେ ଓଡ଼ିଶା ମତ୍ସ୍ୟ ଉତ୍ପାଦନରେ ଓଡ଼ିଶା ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଛି। ସରକାର ରାଜ୍ୟର ମତ୍ସ୍ୟଚାଷୀ ଏବଂ ମତ୍ସ୍ୟଜୀବୀଙ୍କ ଉନ୍ନତି ପାଇଁ ନୂତନ ଭାବେ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିରେ ୧୧ ହଜାର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ୫୦ ହଜାର ମତ୍ସ୍ୟଜୀବୀ ସିଧାସଳଖ ଉପକୃତ ହେବେ ବୋଲି ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା – ୨୦୨୪ ଉଦଯାପନୀ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ପ୍ରାଣୀପାଳକମାନଙ୍କୁ ଉନ୍ନତମାନର ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକାର ଉନ୍ନତିମୂଳକ ବ୍ୟବସ୍ଥା କରାଯାଇଛି। ଏହା ବ୍ୟତୀତ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ‘୫- ଟି’ କାର୍ଯ୍ୟକ୍ରମ ଅଧୀନରେ ବୈଜ୍ଞାନିକ ପଦ୍ଧତିରେ ଫାର୍ମିଂ ପାଇଁ ନୂତନ ଜ୍ଞାନକୌଶଳର ବ୍ୟବହାର କରାଯାଇଛି। ଏହା ଦ୍ବାରା ଚାଷୀମାନଙ୍କ ଆୟ ବହୁଗୁଣିତ ହୋଇପାରିବ।

Spread the love

Leave a Comment

Your email address will not be published. Required fields are marked *

Scroll to Top
×