ରାଜ୍ୟରେ ଆଳୁ ସମସ୍ୟା ଦୂର କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ

0

ଓଡ଼ିଶାକୁ ପଶ୍ଚିମବଙ୍ଗ ବ୍ୟତୀତ ଅନ୍ୟ ରାଜ୍ୟରୁ ମଧ୍ୟ ଆଳୁ ଆସିଥାଏ, କିନ୍ତୁ ଓଡ଼ିଶାରେ ପଶ୍ଚିମବଙ୍ଗ ଆଳୁର ଅଧିକ ଚାହିଦା ରହିଛି। ପ୍ରାୟ ଏକ ମାସ ହେବ ଓଡ଼ିଶାବାସୀ ଆଳୁ ସମସ୍ୟାରେ ସମ୍ମୁଖୀନ ହେଉଛନ୍ତି। ପଶ୍ଚିମବଙ୍ଗରେ ସାମାନ୍ୟ କଟକଣା ହେତୁ ଓଡ଼ିଶାରେ ଆଳୁର ଅଭାବ ସମସ୍ୟା ଦେଖିବାକୁ ମିଳିଛି। ଯାହାକି ବେପାରୀଙ୍କ ପାଖରେ ଆଳୁ ନପହଞ୍ଚିବାରୁ ଖାଉଟିମାନେ ମଧ୍ୟ ଖାଲି ହାତରେ ବସିରହିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦ୍ୱିତୀୟ ଥର ପାଇଁ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି।

nano urea

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ ଯେ, “ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା। ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି।” ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଉପସ୍ଥାପନା – ଦିବ୍ୟା ଭାରତୀ ନାୟକ

Leave A Reply

Your email address will not be published.

twenty − 19 =