କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ

0

ନୂଆଖାଇ ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ। ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ। ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି। ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ। ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ। ଏହା ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ।

nano urea

ନୂଆଧାନରୁ ପ୍ରସ୍ତୁତ ଚୁଡ଼ା, ଭାତ, କ୍ଷୀରି, ମଣ୍ଡାପିଠା ନିଜ ନିଜ ଘରେ ପ୍ରସ୍ତୁତ କରି ନିଜ ନିଜର ଇଷ୍ଟଦେବୀ, ଗ୍ରାମଦେବୀ, ଦେବତା, ଆରାଧ୍ୟ ପାଖରେ ପ୍ରଥମେ ଅର୍ପଣ କରି ସମସ୍ତେ ଏକାଠି ବସି ଖାଇଥାନ୍ତି। ଏହି ସମୟରେ ଗ୍ରାମ ବା ପଡ଼ାର ଲୋକମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି। ପରିବାର ମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ। ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି। ଏହା ନୂଆଖାଇ ପର୍ବର ଏକ ବିଶେଷତା। ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ନୂଆଖାଇ ଦିନ ଘରେ ଉପସ୍ଥିତ ହେବାକୁ ଚେଷ୍ଟା କରିଥାନ୍ତି। ନ ଆସିପାରିଲେ ମଧ୍ୟ ସେମାନେ ନିଜେ ରହୁଥିବା ସ୍ଥାନରେ ନୂଆଖାଇ ପର୍ବ ପାଳନ କରିଥାନ୍ତି।

ଉପସ୍ଥାପନା – ଦିବ୍ୟା ଭାରତୀ ନାୟକ

Leave A Reply

Your email address will not be published.

two × two =