ଓଡ଼ିଆ ପରମ୍ପରାର ବହୁ ପ୍ରତିକ୍ଷିତ ଏବଂ ଉତ୍ସବ ମୁଖର ଦିନ ରଜ ଉତ୍ସବ। ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ। ଚତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ। ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ। ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ରଜ ଉତ୍ସବ ପାଳନ କରାଯାଇଥାଏ। ତେଣୁ କଥାରେ ଅଛି ଚାଷୀ ପରିବାର ସହ ରଜ ଉତ୍ସବ ପାଳନ କରି, ପରେ ଚାଷ କାର୍ଯ୍ୟରେ ଲଗିପଡ଼ିଥାଏ। ଏହା ତିନିଦିନ ଧରି ପାଳନ କରାଯାଉଥିବା ବେଳେ ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ।
ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ। ମା’ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି।
ଉପସ୍ଥାପନା – ଦିବ୍ୟାଭାରତୀ ନାୟକ