କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୧ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା ପରିପ୍ରେକ୍ଷୀରେ ଏକ ଚୂଡାନ୍ତ ପ୍ରସ୍ତୁତି ବୈଠକ କରାଯାଇଥିଲା। ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇଥିଲେ।
ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା, ଲୋକଙ୍କୁ ପୋଷଣଯୁକ୍ତ ଖାଦ୍ୟ ଯୋଗାଇ ଦେବା, ଚାଷୀଙ୍କ ଆୟ, ଉତ୍ପାଦନରେ ବୃଦ୍ଧି ନିମନ୍ତେ ସରକାର ଏହିସବୁ ଯୋଜନା ଗୁଡ଼ିକ ପ୍ରସ୍ତୁତ କରିଛନ୍ତି। ଏହି ପଦକ୍ଷେପ ଦ୍ୱାରା ଦେଶର ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ, କୃଷକ ଉତ୍ପାଦକ ଗୋଷ୍ଠୀ ଲାଭବାନ ହେବେ। ଦେଶରେ ବିଗତ ବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ପରିମାଣର ପନିପରିବା ଓ ଖାଦ୍ୟଶସ୍ୟ ଉତ୍ପାଦନ ହେଇଛି। ଡାଲି ଏବଂ ତୈଳବୀଜ ଉତ୍ପାଦନରେ ଆତ୍ମନିର୍ଭର ହେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀଚୌହାନ ଆହ୍ୱାନ ଦେଇଛନ୍ତି। କୃଷକ ଦେଶର ମେରୁଦଣ୍ଡ ହୋଇଥିବାରୁ ସରକାର କୃଷକ କଲ୍ୟାଣକୁ ଅଧିକ ଗୁରୁତ୍ବ ଦେଇଆସୁଛନ୍ତି।
ଉପସ୍ଥାପନା – ଦିବ୍ୟାଭାରତୀ ନାୟକ