ଓୟୁଏଟିରେ ” କୃଷିର ରୂପାନ୍ତରଣରେ କୃଷି ସାମ୍ବାଦିକତାର ଭୂମିକା” ସମ୍ମିଳନୀ ଅନୁଷ୍ଠିତ

ଆଜି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ‘ରାଜ୍ୟ କୃଷିର ରୂପାନ୍ତରଣରେ କୃଷି ସାମ୍ବାଦିକତାର ଭୂମିକା’ ଶୀର୍ଷକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ କୃଷିମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଯୋଗ ଦେଇଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଦିଗ୍‌ଦର୍ଶନରେ ଓଡ଼ିଶା କୃଷି କ୍ଷେତ୍ରରେ ଏକ ନୂତନ ଶିଖରରେ ପହଞ୍ଚିଛି । କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରି ଚାଷୀ ଭାଇମାନଙ୍କୁ ଆକର୍ଷଣୀୟ ରିହାତି ପ୍ରଦାନ କରୁଛନ୍ତି । କୃଷି କ୍ଷେତ୍ରରେ ବିକଶିତ ହେଉଥିବା ନୂତନ ଜ୍ଞାନକୌଶଳ ଓ ବୈଜ୍ଞାନିକ କୃଷି ପଦ୍ଧତିକୁ ଚାଷୀ ବୁଝିବା ଭଳି ଭାଷାରେ ପ୍ରକାଶ କଲେ ସମ୍ବାଦପତ୍ରମାନେ ଚାଷୀଭାଇଙ୍କର ନିକଟବର୍ତ୍ତୀ ହୋଇପାରିବେ ବୋଲି କୃଷିମନ୍ତ୍ରୀ ତାଙ୍କ ବକ୍ତବ୍ୟ ରଖିଥିଲେ ।

ଏହି ସମ୍ମିଳନୀରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ, କୃଷି ଜାଗରଣର ମୁଖ୍ୟ ସଂପାଦକ, ପୂର୍ବତନ ସୂଚନା କମିଶନର, ବରିଷ୍ଠ ସ୍ତମ୍ଭକାର ଜାନକୀଶ ବଡ଼ପଣ୍ଡା, ଶ୍ରୀ ନଟବର ଖୁଣ୍ଟିଆ, ସଂପ୍ରସାରଣ ନିର୍ଦ୍ଦେଶାଳୟର ଡିନ୍‌, ରାଜ୍ୟର ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି, ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ, ନିର୍ଦ୍ଦେଶକ, ବୈଜ୍ଞାନିକ, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଛାତ୍ରଛାତ୍ରୀମାନେ ମଧ୍ୟ ଯୋଗ ଦେଇଥିଲେ।

Spread the love

Leave a Comment

Your email address will not be published. Required fields are marked *

Scroll to Top
×