ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧିପାଇଁ ସ୍ୱାକ୍ଷର ହେଲା ଚୁକ୍ତିନାମା

ଓଡ଼ିଶାରେ ବିଗତ ବର୍ଷ ହେଲା ଓମ୍ ଫେଡ ଦୁଗ୍ଧ ଯୋଗାଇ ଆସୁଛି। ରାଜ୍ୟରେ ଅଧିକାଂଶ ଲୋକ ଓମ୍ଫେଡ ଉପରେ ନିର୍ଭରଶୀଳ। ସରକାରଙ୍କ ପ୍ରୋତ୍ସହନ କ୍ରମେ ଦିନକୁ ଦିନ ଦୁଗ୍ଧ ଉତ୍ପାଦନ ମଧ୍ୟ ବୃଦ୍ଧି ହେବାରେ ଲାଗିଛି। ଆଗାମୀ ଦିନରେ ଆହୁରି ବୃଦ୍ଧି କରିବା ପାଇଁ ମଧ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ କଟକଠାରେ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ (ଏନ୍‌.ଡି.ଡି.ବି) ଏବଂ ଓମ୍‌ଫେଡ ମଧ୍ୟରେ ଶନିବାର ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ସେହିପରି ଆଗାମୀ ଦିନରେ ରାଜ୍ୟ ସରକାର କାମଧେନୁ ଯୋଜନାରେ ଚାଷୀଙ୍କୁ ଅଧିକ ଅମଳକ୍ଷମ ପ୍ରଜାତିର ୧୦ ହଜାର ଗାଈ ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି । ରାଜ୍ୟର ଗୋ-ଅର୍ଥନୀତି ସମୃଦ୍ଧ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସୂଚନାଯୋଗ୍ୟ ଯେ, ଓମ୍‌ଫେଡ୍ ସହିତ ଏହି ଚୁକ୍ତିନାମା ଜରିଆରେ ନେସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ ଓଡିଶାର ଦୁଗ୍ଧ ଚାଷୀମାନଙ୍କୁ ଅଧିକ ଦୁଗ୍ଧ ଅମଳକ୍ଷମ ଗୀର୍, ସହିୱାଲ୍ ଓ କ୍ରସ୍ ବ୍ରିଡ୍ ପ୍ରଜାତିର ପ୍ରାୟ ୩ରୁ ୪ ହଜାର ଗାଈ ଯୋଗାଇଦେବ। ଏଥିସହିତ ଆଗାମୀ ଦିନରେ ଏନ୍‌.ଡି.ଡି.ବି ସହାୟତାରେ ରାଜ୍ୟରେ ଏକ ଗୋବର ଗ୍ୟାସ ପ୍ଲାଣ୍ଟ ମଧ୍ୟ ସ୍ଥାପନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭.୫୦ କୋଟି ଟଙ୍କା ବିନିଯୋଗରେ ରାଜ୍ୟର ବିଭିନ୍ନ ଦୁଗ୍ଧ ସଂଘମାନଙ୍କୁ ୨ ହଜାରରୁ ୧୫ ହଜାର ଲିଟର ବିଶିଷ୍ଟ ୨୨ ଟି ମିଲ୍କ ଟ୍ୟାଙ୍କର ପ୍ରଦାନ କରିବା ସହିତ ୩ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ତିନୋଟି ଗୁଣ୍ଡ ଦୁଗ୍ଧ ପ୍ୟାକିଙ୍ଗ ମେସିନର ଉଦ୍‌ଘାଟନ କରିଛନ୍ତି।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×