ନରେନ୍ଦ୍ର ସିଂ ତୋମର ଙ୍କ ପରେ ଅର୍ଜୁନ ମୁଣ୍ଡାଙ୍କୁ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ବ ପ୍ରଦାନ

0

ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । ନରେନ୍ଦ୍ର ସିଂ ତୋମର ଙ୍କ ଇସ୍ତଫା ପରେ ଅର୍ଜୁନ ମୁଣ୍ଡାଙ୍କୁ ଏହି ମନ୍ତ୍ରଣାଳୟ ଦାୟିତ୍ଵ ଦିଆଯାଇଛି ।

nano urea

ସେହିପରି ଦକ୍ଷତା ବିକାଶ ଓ ଉଦ୍ୟୋଗ ଏବଂ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କୁ ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶୋଭା କରନ୍ଦଲାଜେଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ରାଷ୍ଟ୍ରମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଭାରତୀ ପ୍ରବୀଣ ପୱାରଙ୍କୁ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶକ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମନ୍ତ୍ରୀମାନଙ୍କୁ ଏହି ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ମନ୍ତ୍ରୀମାନଙ୍କୁ ଅତିରିକ୍ତ ଦାୟିତ୍ୱ ବଣ୍ଟନ ସମ୍ପର୍କରେ ରାଷ୍ଟ୍ରପତି ଭବନ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, ପ୍ରହ୍ଲାଦ ସିଂହ ପଟେଲ ଓ ରେଣୁକା ସିଂହଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଥିଲେ।

Leave A Reply

Your email address will not be published.

three + eighteen =