ଧାନ ସଂଗ୍ରହର ସୁବ୍ୟବସ୍ଥା ପାଇଁ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଗାମୀ ଧାନ ସଂଗ୍ରହର ସୁବ୍ୟବସ୍ଥା ପାଇଁ ଆବସୀ ମାଧ୍ୟମରେ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି। ସମସ୍ତ ଜିଲ୍ଲାରେ କିପରି ସୁଚାରୁରୂପେ ଧାନ ସଂଗ୍ରହ କରାଯିବ ସେଥି ଲାଗି ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଓ ଜିଲ୍ଲାପାଳଙ୍କ ସହ ଆଲୋଚନା କରି ସମସ୍ତ ପ୍ରସ୍ତୁତି ଜାରି ରଖିଛନ୍ତି। କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ମଧ୍ୟ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି ଏବଂ ଏହି ବ୍ୟବସ୍ଥା ପାଇଁ ସମସ୍ତ ସଚେତନତା ସୂଚନା ବିଷୟରେ ଅବଗତ କରାଇଦିଆଯାଉଛି। ପ୍ରକ୍ରିୟାକୁ ସୁଦୃଢ କରିବା ପାଇଁ ସମସ୍ତ ସୁବିଧା ପଦକ୍ଷେପ ମାନ୍ୟବର ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ଅବଗତ କରାଇଛନ୍ତି।

ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲ୍ଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏତତ୍ ବ୍ୟତୀତ କଟନି ଛଟନିକୁ ବିଶେଷ ଧ୍ୟାନ ଦେବା ପାଇଁ ମଧ୍ୟ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ବରଗଡ଼ ଜିଲ୍ଳାରୁ ଆସନ୍ତା ୨୦ ତାରିଖରେ ଏବଂ ୨୨ ତାରିଖରେ ସମ୍ବଲପୁର ଜିଲ୍ଲାରୁ ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ କରି, ନଭେମ୍ବର ୨୦ ରୁ ଡିସେମ୍ବର ୭ ତାରିଖ ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ଵିଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ। ପରେ ଡିସେମ୍ବର ୮ ତାରିଖରୁ ୨୩୦୦ ଟଙ୍କା ସହ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ଜରିଆରେ ପ୍ରଦାନ କରାଯିବ।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×