ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗ୍ରହଣ କରିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ହେଉଥିବା କ୍ଷୟକ୍ଷତି ଲାଗି ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ସହାୟତା ପାଇପାରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ଅଦିନିଆ ବର୍ଷା ସ୍ଥାୟୀ ଭାବେ ଏକ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହୀତ ହୋଇଛି। ଏହା ଫଳରେ ଅଦିନିଆ ବର୍ଷା ଫଳରେ ଚାଷୀମାନଙ୍କ ହେଉଥିବା କ୍ଷୟକ୍ଷତି ପାଇଁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇପାରିବ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ୮ଟି ବିପର୍ଯ୍ୟୟକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ଅଦିନିଆ ବର୍ଷାକୁ ବିପର୍ଯ୍ୟୟ ଘୋଷିତ କରିବା ପରେ ବର୍ତ୍ତମାନ ସମୁଦାୟ ୯ଟି ରାଜ୍ୟଭିତ୍ତିକ ବିପର୍ଯ୍ୟୟ ହୋଇଛି। ସୂଚନାଯୋଗ୍ୟ ଯେ, ୨୦୨୪ ଡିସେମ୍ୱର ମାସରେ ଅଦିନିଆ ବର୍ଷା ଯୋଗୁଁ ରାଜ୍ୟର ୨୨, ୭୯୧ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିଲା। ପ୍ରାୟ ୬.୬୬ ଲକ୍ଷ ଚାଷୀ ପ୍ରଭାବିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ଏହାକୁ ସ୍ୱତନ୍ତ୍ର ଭାବେ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କରି ଚାଷୀମାନଙ୍କୁ ୨୯୧ କୋଟି ଟଙ୍କାର ସହାୟତା କୃଷି ଇନ୍ପୁଟ ରିହାତି ଆକାରରେ ପ୍ରଦାନ କରିଥିଲେ।
ଉପସ୍ଥାପନା – ଦିବ୍ୟାଭାରତୀ ନାୟକ