ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାର ୫୨ଟି ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଆଜି ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ।

nano urea

ଏଥିରେ ୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ୭୦.୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ନିମନ୍ତେ ୧୪୮.୧୭ କୋଟି ଟଙ୍କା ବ୍ୟୟରେ ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।

ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା। କଟକ ଡିମିରିଆ-ରାଉତପଡା ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ, ବୈଦେଶ୍ୱର-ଗୋପିନାଥପୁର ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ- ଏହି ପରି ୩ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପଲାଇନ ଓ ଅନାନ୍ୟ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।

Leave A Reply

Your email address will not be published.

1 × four =