କୃଷକ ସାଥିମାନଙ୍କ ସହାୟତା ରାଶିର ପରିମାଣ ବୃଦ୍ଧି

ବଢ଼ିଲା କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ।ଏବେ ବର୍ଷକୁ ମିଳିବ ୧୮ ହଜାର ଟଙ୍କା ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ହେବ ଲାଗୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି। ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହା ଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ତେବେ ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ ରୁ ଲଗୁ ହେବ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ ।ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏଁ କୃଷକ ସାଥି କାମ କରୁଛନ୍ତି ।କୃଷକ ସାଥୀମାନେ କୃଷି କାର୍ଯ ସମ୍ପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି ।

Spread the love

Leave a Comment

Your email address will not be published. Required fields are marked *

Scroll to Top
×