କୃଷି ମନ୍ତ୍ରୀଙ୍କ ଦ୍ଵାରା ଜୈବିକ କୃଷିର ସମୀକ୍ଷା

ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ କୃଷି ବିଭାଗର ବିଭିନ୍ନ ଯୋଜନାରେ ଚାରାରୋପଣ କାର୍ଯ୍ୟକ୍ରମରେ ଜୈବିକ କୃଷି ଉପାଦାନର ବ୍ୟବହାର ସଂପର୍କରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସମୀକ୍ଷା କରିଥିଲେ। ବିଭିନ୍ନ କ୍ଷେତ୍ରରେ ବ୍ୟବହାର କରାଯାଉଥିବା ‘ଜୈବିକ ଖତ’, ‘ଜିଆ ଖତ’, ‘ମୋ ଖତ’ ଇତ୍ୟାଦିର ଗୁଣବତ୍ତାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ଭାବରେ ନମୁନା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହା ସହ ଆସନ୍ତା ୭ ଦିନ ମଧ୍ୟରେ ଜୈବିକ କୃଷି ଉପାଦାନର ବ୍ୟବହାର ସମ୍ବନ୍ଧୀୟ ଏକ ମାର୍ଗଦର୍ଶିକା ଉଦ୍ୟାନ କୃଷି ନିର୍ଦ୍ଦେଶକଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ଏଥିସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦକ୍ଷତା ବିକାଶ କରି ଅଧିକ ସଂଖ୍ୟାରେ ଜୈବିକ ଖତ ପ୍ରସ୍ତୁତ କାର୍ଯ୍ୟରେ ନିୟୋଜିତ କରାଯାଇ ସେମାନଙ୍କ ଦ୍ୱାରା ଉତ୍ପାଦିତ ଖତକୁ ବିଭାଗର ବିଭିନ୍ନ ଯୋଜନାରେ କିଣିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।

ବୈଠକରେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମ ଚାନ୍ଦ ଚୌଧୁରୀ, ଉଦ୍ୟାନ କୃଷି ର ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମିଶନ ଶକ୍ତିର ରାଜ୍ୟ ମିଶନ୍‌ ଡାଇରେକ୍ଟର ତଥା ସିଇଓ ଡଃ ଏନ୍‌. ତିରୁମାଲା ନାୟକଙ୍କ ସମେତ ନଗର ଓ ଗୃହ ନିର୍ମାଣ ବିଭାଗ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ସ୍ୱଚ୍ଛ ଭାରତ, ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ। ଏଥିସହ ସମସ୍ତ ଜିଲ୍ଲାର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଉପନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ପି.ଡି., ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ ଯୋଗ ଦେଇଥିଲେ।

Spread the love

Leave a Comment

Your email address will not be published. Required fields are marked *

Scroll to Top
×