ପିଏମ କିଷାନରେ ମିଶିବ ‘ କାଳିଆ ‘ ହିତାଧିକାରୀ

କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ଯ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। “କାଳିଆ ” ଯୋଜନା ମାଧ୍ୟମରେ ଚାଷୀ ମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରି କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବା ଏହାର ଲକ୍ଷ୍ୟ। ପିଏମ କିଷାନ ଯୋଜନା ଆଧାରରେ କୃଷକମାନଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬୦୦୦ ଟଙ୍କା ଦିଆଯାଉଛି। ଏହି ପରିମାଣ ସିଧାସଳଖ କୃଷକଙ୍କ ଆକାଉଣ୍ଟକୁ ପଠାଯାଉଛି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ଲାଭ ପାଇବା ପାଇଁ କେନ୍ଦ୍ର ସରକାର ଇ-କେଓ୍ୱାଇସି ପ୍ରକ୍ରିୟାକୁ ବାଧ୍ୟତାମୂଳକ କରିଛନ୍ତି।

ପିଏମ କିଷାନ ଯୋଜନାରେ କାଳିଆ ହିତାଧିକାରୀମାନେ ମିଶିବେ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି। ରାଜ୍ୟର କୃଷକମାନେ କିପରି ଆର୍ଥିକ କ୍ଷେତ୍ରରେ ଲାଭବାନ ହୋଇପାରିବେ ଏବଂ ଆର୍ଥିକ ସହାୟତାକୁ ବୃଦ୍ଧି କରିପାରିବେ ସେଥିପ୍ରତି ଧ୍ୟାନ ଦେଇ ମାନ୍ୟବର ମୂଖ୍ୟମନ୍ତ୍ରୀ ଏହି ନିଷ୍ପତି ନେଇଛନ୍ତି। ଯେଉ ଚାଷୀମାନେ ପିଏମ କିଷାନ ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରିନାହାନ୍ତି ସେମାନେ କିପରି ପଞ୍ଜୀକୃତ ହୋଇପାରିବେ ସେଥିପ୍ରତି ଧ୍ୟାନ ଦିଆଯାଇଛି। ଚାଷୀଙ୍କ ଆୟବୃଦ୍ଧି ପାଇଁ ସମୃଦ୍ଧ କୃଷକ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମଧ୍ୟ ଗୁରୁତ୍ଵ ଦିଆଯାଇଛି।

ଉପସ୍ଥାପନା – ଦିବ୍ୟା ଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×