ରାଷ୍ଟ୍ରପତିଙ୍କ ନିମନ୍ତ୍ରଣରେ ଦିଲ୍ଲୀ ଯିବେ ଲକ୍ଷପତି ଦିଦି ଏସ ଜ୍ୟୋତି

ଆସନ୍ତା ଅଗଷ୍ଟ ୧୫ ତଥା ସ୍ବାଧିନତା ଦିବସରେ ଦିଲ୍ଲୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ ଗଞ୍ଜାମ ଜିଲ୍ଲାର ଲକ୍ଷପତି ଦିଦି ତଥା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ କାଳିଆବାଲି ଗ୍ରାମର ଏସ. ଜ୍ୟୋତି ରେଡ୍ଡୀ। ଏଥିଲାଗି ତାଙ୍କୁ ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି। ତେଣୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଓଡ଼ିଶାର ପରିଶ୍ରମୀ ନାରୀ ଏସ. ଜ୍ୟୋତି ରେଡ୍ଡୀ ନିଜେ ସାମ୍ବଲମ୍ବୀ ହେବା ସହିତ ଅନ୍ୟମାନଙ୍କୁ ରୋଜଗାର ପନ୍ଥା ଦେଖାଇଛନ୍ତି। ତାଙ୍କର କର୍ତ୍ତବ୍ୟନିଷ୍ଠ ଓ ପରିଶ୍ରମ ବଳରେ ସେ ଲକ୍ଷପତି ଦିଦି ହେବାର ସେ ସୌଭାଗ୍ୟ ଅର୍ଜନ କରିଛନ୍ତି। ନିଜ ଅଞ୍ଚଳ, ରାଜ୍ୟ ସହ ଦେଶର ଉଭୟ ନାରୀ ଏବଂ ପୁରୁଷଙ୍କ ପାଇଁ ଏକ ପ୍ରେରଣା ସାଜିଛନ୍ତି।

ସେ ପ୍ରଥମେ ୨୦୦୮ରେ ମା ସମଲେଶ୍ୱରୀ ସ୍ବୟଂ ସହାୟିକା ଗୋଷ୍ଠୀରେ ସାମିଲ ହୋଇ ଘରକୁ ଘର ବୁଲି ବିଦ୍ୟୁତ ଦେୟ ସଂଗ୍ରହ କରୁଥିଲେ। ପରେ ମିଶନ ଶକ୍ତି ଜରିଆରେ ନିଜେ ଋଣ ନେଇ କୁକୁଡା ଚାଷ, ମାଛ ଚାଷ ଆଦି କରି ଉତ୍ତମ ରୋଜଗାର କରିପାରିଛନ୍ତି। ଏବେ ତାଙ୍କର ବାର୍ଷୀକ ଆୟ ୪ ଲକ୍ଷରୁ ଅଧିକ ଥିବା ଯୋଗୁଁ ସେ ଲକ୍ଷପତି ଦିଦି ହୋଇପାରିଛନ୍ତି। ସେ ଏଥିରେ ବହୁତ ଖୁସି ଥିବା ସହ ଜିଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀଙ୍କ ସହଯୋଗ ଏବଂ ନିଜ ଉଦ୍ୟମ ଇଚ୍ଛାଶକ୍ତି ଯୋଗୁଁ ଏହା ସମ୍ଭବ ହୋଇପାରିଥିବା କହିଛନ୍ତି।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×