ପ୍ରମୁଖ, ପାରମ୍ପରିକ ଓ କୃଷିଭିତ୍ତିକ ଗଣପର୍ବ ‘ ରଜ ‘

ଓଡ଼ିଶାର ଏକ ପ୍ରମୁଖ ତଥା ପାରମ୍ପାରିକ ଗଣପର୍ବ ‘ରଜ’ ଯାହାକି ପ୍ରତ୍ୟେକ ବର୍ଷ ଜୁନ୍‌ ୧୪ ତାରିଖରୁ ଜୁନ୍‌ ୧୬ ତାରିଖ ପର୍ଯ୍ୟନ୍ତ ଧୁମ୍‌ଧାମରେ ପାଳିତ ହୋଇଥାଏ। କୃଷିଭିତ୍ତିକ ଏହି ପର୍ବରେ ମାଟି ମା’ ଏବଂ ପ୍ରକୃତିକୁ ସମ୍ମାନ ଜଣାଇବା ସହିତ ତିନି ଦିନ ଧରି ବିଭିନ୍ନ ରୀତିନୀତି ପାଳନ କରାଯାଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି।
ସାଧରଣତଃ ଏହି ପର୍ବ ଚାଷର ଆରମ୍ଭକୁ ସୂଚାଇଥାଏ। ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ। ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ। ମାଟି ମା’ ହୁଏ ରଜସ୍ୱଳା। କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ। ମା’ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି। ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ। ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×