ଆରମ୍ଭ ହେଲା ତିନି ଦିନିଆ ମତ୍ସ୍ୟ ଓ ପ୍ରାଣୀ ସମାବେଶ

0

ଜନତା ମଇଦାନରେ ଆୟୋଜିତ ରାଜ୍ୟସ୍ତରୀୟ ତିନିଦିନିଆ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା ୨୦୨୪ ର ଉଦଘାଟନୀ ସମାରୋହ ଆୟୋଜିତ ହୋଇଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କଫରେନ୍ସ ମାଧ୍ୟମରେ ଏହାକୁ ଉଦଘାଟିତ କରିବା ଅବସରରେ ମତ୍ସ୍ୟ ଉତ୍ପାଦନରେ ଓଡ଼ିଶା ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଥିବା ବିଷୟରେ କହିଥିଲେ। ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୪’ ରେ ସାରା ରାଜ୍ୟରୁ ପ୍ରାୟ ୬୦୦୦ ଚାଷୀ ଭାଇ ଓ ଭଉଣୀମାନେ ଯୋଗ ଦେଇଛନ୍ତି । ଏଥିରେ ଚାଷୀ-ବୈଜ୍ଞାନିକ ଭାବବିନିମୟ, ଲାଇଭ୍‌ ପ୍ରାଣୀ ଓ ମତ୍ସ୍ୟ ପ୍ରଦର୍ଶନ , ଆଧୁନିକ ଫାର୍ମିଂ ପଦ୍ଧତିର ପ୍ରଦର୍ଶନୀ, ଶ୍ରେଷ୍ଠ ଚାଷୀଙ୍କୁ ସମ୍ବର୍ଦ୍ଧନା ଆଦି କାର୍ଯକ୍ରମ ରଖାଯାଇଛି ଏହି ସମାବେଶରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ, କୃଷି ବିଭାଗ ର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢ଼ୀ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ, ମତ୍ସ୍ୟ ଓ ପ୍ରାଣସମ୍ପଦ ବିଭାଗ ର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି, ବିଭାଗୀୟ ଅଧିକାରୀମାନେ ମଧ୍ୟ ଯୋଗଦେଇଥିଲେ।

Leave A Reply

Your email address will not be published.

1 × one =