ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ

ଆଜି ମାଣ୍ଡିଆ ଦିବସ। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି। ପୋଷକ ତତ୍ତ୍ବରେ ଭରପୁର ରହିଛି ମାଣ୍ଡିଆ। ମାଣ୍ଡିଆକୁ ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚାଇବା ସହ ପୂରା ବିଶ୍ବରେ ଏହାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରୁଛି ଓଡ଼ିଶା। ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ସ୍ବତନ୍ତ୍ର ପ୍ରୋତ୍ସାହନ ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି। ଏହାସହ ପ୍ରତି ଥାଳିରେ ମାଣ୍ଡିଆକୁ ବ୍ୟବହାର କରିବା ପାଇଁ ସ୍କୁଲର ମଧ୍ୟାହ୍ନଭୋଜନ, ଡାକ୍ତରଖାନା କ୍ୟାଣ୍ଟିନ, ସରକାରୀ କାର୍ଯ୍ୟାଳୟ ଓ ବୈଠକ, ହୋଟେଲ ମାନଙ୍କରେ ମାଣ୍ଡିଆକୁ ସାମିଲ କରାଯାଉଛି। ଆମ ପାରମ୍ପରିକ ଖାଦ୍ୟ ଭାବେ ମାଣ୍ଡିଆର ଅନେକ ମହତ୍ବ ରହିଛି। ଏଥିରେ ଥିବା ପୁଷ୍ଟିତତ୍ତ୍ଵର ତୁଳନା ନାହିଁ। ଦୈନନ୍ଦିନର ଖାଦ୍ୟରେ ଏହାର ବ୍ୟବହାର, ଉତ୍ତମ ସ୍ୱାସ୍ଥ୍ୟ ରକ୍ଷା ଦିଗରେ ବେଶ ହିତକର।

ଏହି ମାଣ୍ଡିଆ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ସରକାର ମିଲେଟ ଚାଷକୁ ବହୁ ପ୍ରୋତ୍ସାହନ ଦିଆଯିବା ସହ ଏହାର ଭଲ ଚାହିଦା ମଧ୍ୟ ରହିଛି, ତେଣୁ ସେ ମଧ୍ୟ ତାଙ୍କ ଗସ୍ତରେ ମିଲେଟ୍ ଚାଷକୁ ପ୍ରୋତ୍ସାହିତ କରିବା ସହ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନା ଓ ଡାଲି ମିଶନ ବିଷୟରେ ଆଲୋଚନା କରିବେ। ଏତଦ୍ ବ୍ୟତୀତ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଚାଷୀଙ୍କ ସହ ଚାଷ ସମ୍ପର୍କିତ କିଛି ଜରୁରୀ ଆଲୋଚନା କରି କୃଷି କ୍ଷେତ୍ର ମଧ୍ୟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×