ପଖାଳ : ଖାଦ୍ୟର ନିଆରା ବାସ୍ନା ଭରା ଛୁଙ୍କ

ପଖାଳ ଦିବସ, ପଖାଳର ପ୍ରଚାର ପ୍ରସାର କରିବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ମାସ ୨୦ ତାରିଖରେ ଅଣ ଆନୁଷ୍ଠାନିକ ଭାବେ ଓଡ଼ିଆମାନେ ପାଳନ କରିଥାନ୍ତି। ସାଧାରଣତଃ ପଖାଳ ଗରମ ଭାତରେ ପାଣି ମିଶାଇ କେଇ ଘଣ୍ଟାରୁ ଆରମ୍ଭ କରି ରାତିଏ ଯାଏ ରଖାଯାଇଥାଏ। ଅଧିକ ସମୟ ରହୁଥିବା ପଖାଳରେ କିଣ୍ୱନ ପ୍ରକ୍ରିୟା ଯୋଗୁ ଏହା ଆମ୍ବିଳା ଲାଗିଥାଏ। ପଖାଳର ଭାତ ଓ ତୋରାଣି ପାଣି ଉଭୟ ଖିଆଯାଇଥାଏ। ପଖାଳ ଭିନ୍ନ ଭିନ୍ନ ନାମରେ ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଓ ପଡ଼ୋଶୀ ଦେଶ ବଙ୍ଗଳାଦେଶରେ ଖିଆଯାଇଥାଏ।
ଆନୁଷ୍ଠାନିକ ଭାବେ ପାଳନ ହେଉନଥିବାରୁ ଏହାର ଉତ୍ପତ୍ତି ବିଷୟରେ ବିଶେଷ ତଥ୍ୟ ଉପଲବ୍ଧ ନାହିଁ। ୨୦୧୧ ମସିହାରୁ କିଛି ଓଡ଼ିଆ ଓ ଅଣଓଡ଼ିଆ ଖାଦ୍ୟ ପ୍ରେମୀଙ୍କ ଉତ୍ସାହରୁ ଏହି ଦିବସ ପାଳନର ପରିକଳ୍ପନା ହୋଇଥିଲା। ୨୦୧୫ମସିହାରେ ପ୍ରଥମ କରି ପଖାଳ ଦିବସ ପାଇଁ ଟୁଇଟର ଟ୍ରେଣ୍ଡ ଆରମ୍ଭ ହୋଇଥିଲା। ବର୍ତ୍ତମାନ ବିଶ୍ୱର କୋଣ ଅନୁକୋଣରେ ଏହି ଦିବସକୁ ପାଳନ କରିବାକୁ ଅନେକ ଓଡ଼ିଆ ଆଗେଇ ଆସିଲେଣି। ଭୁବନେଶ୍ୱରର ତାରକା ହୋଟେଲ ମାନେ ମଧ୍ୟ ଚାହିଦାକୁ ଦେଖି ନିଜ ସୂଚୀରେ ସାମିଲ କରିଛନ୍ତି। ଏହି ଦିବସକୁ ସଭିଏଁ ପଖାଳ ଖାଇ ପାଳନ କରିଥାନ୍ତି। ଅଧୁନା ଏହି ଦିବସ ଓଡ଼ିଶାର କେତେକ ଭୋଜନାଳୟମାନଙ୍କରେ ପଖାଳ ପରଷି କରାଯାଏ।

ଉପସ୍ଥାପନା- ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×