ପ୍ରତି ଓଡ଼ିଆଙ୍କ ପରିଚୟ ପଖାଳ

ଓଡ଼ିଆ ଖାଦ୍ଯ ସମ୍ଭାର ମଧ୍ୟରେ ‘ପଖାଳ’ର ସ୍ଥାନ ସର୍ବଦା ସ୍ଵତନ୍ତ୍ର। ପଖାଳ ସହ ଓଡ଼ିଆଙ୍କ ସମ୍ପର୍କ ବହୁ ପୁରାତନ ଏବଂ ଏହା ଆମ ଖାଦ୍ୟ ବିବିଧତାର ଅନନ୍ୟ ପରିଚୟ। ଆଜି ବିଶ୍ବ ପଖାଳ ଦିବସ। ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି।

ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ। ଓଡ଼ିଶାରେ ପଖାଳର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ଏଥିପାଇଁ ଓଡ଼ିଆ ଜାତିର ଏକ ଅନନ୍ୟ ବିଶେଷତ୍ୱ ହେଉଛି ପଖାଳ। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଏକଦା ଗରିବଙ୍କ ସହଜ ଖାଦ୍ୟ ଭାବେ ପରିଚିତ ଓଡ଼ିଆଙ୍କ ପ୍ରିୟ ପଖାଳ ଏବେ ମାଟିପିଣ୍ଡାରୁ ଯାଇ ପଞ୍ଚତାରକା ହୋଟେଲର ଡାଇନିଂ ଟେବୁଲରେ ଶୋଭା ପାଇଲାଣି।

ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ। ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱର କୋଣଅନୁକୋଣରେ ଓଡ଼ିଆଙ୍କର ଏହି ପାରମ୍ପରିକ ଓ ସୁସ୍ୱାଦୁ ଖାଦ୍ୟକୁ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି। କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି, ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିବସ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ବାଗତ କରିଥାନ୍ତି। ଓଡ଼ିଶାର ପରମ୍ପରା ଓ ସଂସ୍କୃତି ସହିତ ଜଡ଼ିତ‘ପଖାଳ’ କୁ ସାରା ବିଶ୍ବରେ ପରିଚିତ କରାଇବା ଏହି ଦିବସ ପାଳନର ଉଦ୍ଦେଶ୍ୟ।

Spread the love

Leave a Comment

Your email address will not be published. Required fields are marked *

Scroll to Top
×