ରାଜ୍ୟରେ ଜଳସେଚନର ନୂଆ ପରିଭାଷା – ପାର୍ବତୀ ଗିରି ପ୍ରକଳ୍ପ

0

ରାଜ୍ୟରେ ପାର୍ବତୀ ଗିରି ବୃହତ୍ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ଏହା ଦ୍ୱାରା ୧, ୧୩, ୫୪୦ ହେକ୍ଟର ଜମି ଜଳସେଚିତ ହୋଇପାରିବ। ଅଧିକରୁ ଅଧିକ ଜମିରେ ଜଳସେଚନ ସାମର୍ଥ୍ୟ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଇ ଆସୁଛନ୍ତି, ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀମାନଙ୍କୁ ଏକ ବଡ଼ ଭେଟି ଦେଇଛନ୍ତି । ଏହି ପ୍ରକଳ୍ପ ଅଧୀନରେ ମୁଖ୍ୟମନ୍ତ୍ରୀ ୧୩ଟି ଜିଲ୍ଲାରେ ୫୯ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି । ଏହାଦ୍ୱାରା ୮୦ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳିପାରିଛି । ଏଥିପାଇଁ ୨. ୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହାସହ ମୁଖ୍ୟମନ୍ତ୍ରୀ ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିସ୍ଥାପନ ମଧ୍ୟ କରିଛନ୍ତି। ଏସବୁ ପ୍ରକଳ୍ପ ସମ୍ପୂର୍ଣ ହେବା ପରେ ୯ଟି ଜିଲ୍ଲାର ୫୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହି ସବୁ ପ୍ରକଳ୍ପ ଦ୍ବାରା ରାଜ୍ୟର କୃଷି କ୍ଷେତ୍ର ସମୃଦ୍ଧ ହେବ ଏବଂ ଚାଷୀଭାଇଙ୍କର ରୋଜଗାର ବୃଦ୍ଧି ହେବ ।

nano urea

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍‌ସିଂ ଜରିଆରେ କହିଛନ୍ତି ଯେ ପ୍ରତିଦିନ ତାଙ୍କ ଘରେ ଚାଷୀ ଭାଇଭଉଣୀମାନଙ୍କୁ ଭେଟି, ସେମାନଙ୍କ ସ‌ହ ବିଭିନ୍ନ ବିଷୟରେ ଆଲୋଚନା ମଧ୍ୟ କରୁଛନ୍ତି । ଚାଷୀଭାଇ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ, ଆମ ଅର୍ଥନୀତିର ମେରୁଦଣ୍ଡ ଏବଂ ସେମାନଙ୍କ ତ୍ୟାଗ ଓ ପରିଶ୍ରମ ରାଜ୍ୟ ପାଇଁ ଅନେକ ଗୌରବ ଆଣିଛି । ସେମାନେ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହେଉଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଛନ୍ତି ।

ରାଜ୍ୟ ସରକାରଙ୍କ କୃଷି ବଜେଟ୍ ୫ ବର୍ଷରେ ୩ ଗୁଣ ହୋଇ ଏବେ ୨୫ ହଜାର କୋଟି ଟଙ୍କାରେ ପହଞ୍ଚିଛି । କାଳିଆ ଯୋଜନା ଚାଷୀ ଭାଇମାନଙ୍କ ପାଇଁ ବହୁତ ଉପକାରୀ ସାବ୍ୟସ୍ତ ହୋଇଛି । ରାଜ୍ୟ ସରକାର ଚାଷୀଭାଇମାନଙ୍କ ଫସଲବୀମା ର ପ୍ରିମୟମ ପାଇଁ ୬୦୦ କୋଟି ଟଙ୍କା ଖର୍ଚ କରିଛନ୍ତି। ସେହିପରି ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମଧ୍ଯ ଦିଆଯାଉଛି । ରାଜ୍ୟରେ ଜଳସେଚନର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅପର ଇନ୍ଦ୍ରାବତୀ, ଲୋୟର ଇନ୍ଦ୍ର, ଦେଓ ଏବଂ ସୁବର୍ଣ୍ଣରେଖା ପରି ବଡ଼ବଡ଼ ପ୍ରକଳ୍ପରୁ ଚାଷୀମାନେ ଜଳସେଚନ ସୁବିଧା ପାଉଛନ୍ତି। ଏହାଛଡ଼ା ଗଙ୍ଗାଧର ମେହର ପ୍ରକଳ୍ପ ଓ ଲୋୟର ସୁକତେଲ ପରି ଅନ୍ୟ ବଡ ବଡ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ସେ କହିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ୨୦ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମେଗାଲିପ୍ଟର ସୁପରିଚାଳନା ପାଇଁ ‘ଓକାକ୍’ ଦ୍ବାରା ପ୍ରସ୍ତୁତ ଇଉ-ମେଗାଲିଫ୍ଟ ଆପ୍‌ର ଲୋକାର୍ପଣ କରିଥିଲେ । ଢିପ ଅଞ୍ଚଳରେ ପାଣି ଅଭାବ ଯୋଗୁଁ ଚାଷୀମାନଙ୍କର ସମସ୍ୟାକୁ ଦୃଷ୍ଟିରେ ରଖି ଆରମ୍ଭ କରାଯାଇଥିବା ଏହି ଉଠାଳଜସେଚନ ପ୍ରକଳ୍ପ ଆଜି ମୁଖ୍ୟମନ୍ତ୍ରୀଙ୍କର ଦିଗ୍‌ଦର୍ଶନ ଓ ଆନ୍ତରିକତା ଯୋଗୁଁ ଜଳସେଚନ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିପାରିଛି । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଗଣ, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଚାଷୀ ଭାଇଭଉଣୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

eleven + twelve =