ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ- ୨୦୨୪

0

ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନଠାରେ ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଆନୁକୂଲ୍ୟରେ ତିନିଦିନିଆ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ- ୨୦୨୪ର ଆୟୋଜନ ହେବାକୁ ଯାଉଛି । ଏହି ଉପଲକ୍ଷେ ଆୟୋଜିତ ପ୍ରଦର୍ଶନୀ ମଣ୍ଡପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ଫ୍ଲାଗ୍‌ସିପ୍‌ ଯୋଜନା ସମେତ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଦର୍ଶନ କରାଯିବା ପାଇଁ ସ୍ଥିର କରାଯାଇଛି । ଏହି ପରିପ୍ରେକ୍ଷୀରେ କୃଷି ଭବନଠାରେ ବିଭିନ୍ନ ବିଭାଗ ମଧ୍ୟରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ଅବସରରେ ସମାବେଶରେ ସାରା ରାଜ୍ୟରୁ ୬୦୦୦ରୁ ଉର୍ଦ୍ଧ୍ବ ମତ୍ସ୍ୟଚାଷୀ, ଗୋପାଳକ, ପ୍ରାଣୀପାଳକମାନେ ଯୋଗଦେବେ ବୋଲି ଜଣାପଡିଛି । ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ବିକାଶ ସମେତ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ହାସଲ କରିଥିବା ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ବ୍ୟାପକ ସଚେତନତା କରାଯିବା ନିମନ୍ତେ ଏହି ସମାବେଶର ଆୟୋଜନ କରାଯାଉଛି ।

ଏହି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ ଚୌଧୁରୀ, ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଛି ।

nano urea

Leave A Reply

Your email address will not be published.

20 − 4 =