୨୨ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ଚାଷୀ ହେଉଛନ୍ତି ଆମ ସମାଜର ମେରୁଦଣ୍ଡ ଏବଂ ଆମ ଅର୍ଥନୀତିର ପ୍ରକୃତ ସାରଥି। “ଜୟ କିଷାନ”ର ନାରାକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଓ ଆମ ସରକାର ସଦାସର୍ବଦା ଚେଷ୍ଟିତ। ଚାଷୀମାନଙ୍କର ଉନ୍ନତି ବିନା ଦେଶ କିମ୍ବା ରାଜ୍ୟର ବିକାଶ ଅସମ୍ଭବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨୨ ତମ ପିଏମ୍ କିଷାନ ଉତ୍ସବ ଦିବସରେ କୃଷକ ସମ୍ମାନ ନିଧି ପ୍ରଦାନ କାର୍ଯ୍ୟକ୍ରମ ଅବସରରେ ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି। ସୂଚନାଯୋଗ୍ୟ ଯେ, ଆସାମର ଗୌହାଟୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ସମ୍ମାନ ନିଧିର ୨୨ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ୨୨ତମ କିସ୍ତିରେ ଦେଶର ୯. ୩୨ କୋଟି କୃଷକଙ୍କୁ ପ୍ରାୟ ୧୯ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି।
ପି.ଏମ୍ କିଷାନ୍ ସହିତ ଆମ ସରକାର ମଧ୍ୟ ରାଜ୍ୟରେ “ସିଏମ୍ କିଷାନ” ଯୋଜନାରେ ଯୋଗ୍ୟ ଚାଷୀ ଭାଇଭଉଣୀମାନଙ୍କୁ ଅନ୍ତର୍ଭୁକ୍ତ କରି ଦୁଇଟି କିସ୍ତିରେ ୪ ହଜାର ଟଙ୍କା ପ୍ରଦାନ କରୁଛନ୍ତି। ୬ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ବର୍ତ୍ତମାନ ସୁଦ୍ଧା ସିଏମ୍ କିଷାନ ଯୋଜନା ଅଧୀନରେ ୫୧ ଲକ୍ଷ ୫୪ ହଜାର ହିତାଧିକାରୀଙ୍କୁ ମୋଟ ୨୯୯୧ କୋଟିରୁ ଅଧିକ ଟଙ୍କାର ସହାୟତାରାଶି ପ୍ରଦାନ କରାଯାଇଛି, ଯେଉଁଥିରେ ୩୨୩୬ ଜଣ ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ (PVTG) ର ଚାଷୀ ଏବଂ ୩୧ ହଜାର ୬୯୫ ଜଣ ସହରାଞ୍ଚଳର ଚାଷୀ ସାମିଲ ଅଛନ୍ତି।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×