ଚାଷୀଙ୍କ ସୁବିଧାକୁ ପ୍ରାଥମିକତା ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଧାନ କିଣା ପ୍ରକ୍ରିୟାକୁ ଆହୁରି ତ୍ବରାନ୍ବିତ କରାଯାଇଛି। ପଞ୍ଜିକୃତ ଚାଷୀମାନଙ୍କୁ ଆଗୁଆ ସୂଚନା ସହ ଟୋକନ ପ୍ରଦାନ କରାଯାଉଥିବା ବେଳେ ଧାନ କିଣା ପ୍ରକ୍ରିୟାରେ ସ୍ୱଚ୍ଛତା ପାଇଁ ସମସ୍ତ ପଦକ୍ଷେପ ସୁନିଶ୍ଚିତ ହେଉଛି। ଚଳିତ ଖରିଫ ଋତୁରେ ରାଜ୍ୟରେ ବରଗଡ଼, ନୂଆପଡା, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗୀର, ବାଲେଶ୍ୱର, ବୌଦ୍ଧ, ଦେବଗଡ଼, ଝାରସୁଗୁଡା, କେଉଁଝର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, ନବରଙ୍ଗପୁର, ରାୟଗଡ, ସୁବର୍ଣ୍ଣପୁର, ପୁରୀ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ବର ଓ ସୁନ୍ଦରଗଡ଼ ସମେତ ରାଜ୍ୟର ୨୭ଟି ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଚାଲିଛି।
ବର୍ତ୍ତମାନ ଏସବୁ ଜିଲ୍ଲା ଗୁଡିକରେ ୨୪୯୨ଟି ମଣ୍ଡିରେ ଧାନ କିଣା ଜାରି ରହିଛି। ଏତଦ୍ ବ୍ୟତିତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ଧାନ କିଣା ପ୍ରକ୍ରିୟା ଖୁବଶିଘ୍ର ଆରମ୍ଭ କରାଯିବ ବୋଲି ମାନ୍ୟବର ରାଜ୍ୟ ସରକାର କହିଛନ୍ତି। ଧାନ କିଣା ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରତ୍ୟେକ ମଣ୍ଡିରେ ନୋଡାଲ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ସବୁ ଜିଲ୍ଲାରେ ୨୧୭ ଜଣ ଇନଫୋର୍ସମେଣ୍ଟ ଅଧିକାରୀ ନିଯୁକ୍ତ କରାଯାଇଛି। ଧାନ ବିକ୍ରୟର ୪୮ ଘଣ୍ଟା ମଧ୍ୟରେ ଚାଷୀ ମାନଙ୍କ ଆକାଉଣ୍ଟକୁ ସର୍ବନିମ୍ନ ସହାୟତା ରାଶି ସହ ଇନପୁଟ ସହାୟତା ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର କହିଛନ୍ତି।
ଉପସ୍ଥାପନା – ଦିବ୍ୟାଭାରତୀ ନାୟକ