ବିଶ୍ଵ ଖାଦ୍ୟ ଦିବସ

ବିଶ୍ୱ ଖାଦ୍ୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ। ମିଳିତ ଜାତିସଂଘ ଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନଟିକୁ ବିଶ୍ୱ ଖାଦ୍ୟ ଦିବସ ରୂପେ ପାଳନ କରିବା ଲାଗି ଘୋଷଣା କରାଯାଇଛି। ନଭେମ୍ବର ୧୯୭୯ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସଦସ୍ୟ ରାଷ୍ଟ୍ରମାନଙ୍କ ଦ୍ୱାରା ଏହି ସଂଗଠନର ୨୦ ତମ ସମ୍ମିଳନୀରେ ଏହି ଦିବସ ପାଳନ କରିବା ନିଷ୍ପତ୍ତି ନିଆଯାଇଥିଲା। ବିଶ୍ୱରୁ କ୍ଷୁଧା ଦୂର କରି ସଭିଙ୍କୁ ଆହାର ଯୋଗାଇବା ପାଇଁ ପ୍ରୟାସ କରିବା ପାଇଁ ବିଭିନ୍ନ ଯୋଜନା ଉପରେ ଏହି ଦିନ ବିଚାର ବିମର୍ଷ କରାଯାଇଥାଏ।

ବିଶ୍ୱର ୧୫୦ରୁ ଅଧିକ ଦେଶ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖକୁ ବିଶ୍ୱ ଖାଦ୍ୟ ଦିବସ ରୁପେ ପାଳନ କରୁଛନ୍ତି।ଖାଦ୍ୟାଭାବ ତଥା ଦାରିଦ୍ର‍୍ୟ ଜନିତ ସମସ୍ୟା ତଥା ଏହାର ନିରାକରଣ ସମ୍ପର୍କରେ ବିଶ୍ୱବାସୀଙ୍କ ଦୃଷ୍ଟି ଆକର୍ଷଣ କରିବା ଏହାର ମୂଳ ଲକ୍ଷ୍ୟ। ବିଶ୍ୱ ଖାଦ୍ୟ ଦିବସ ୧୯୮୧ରେ ପ୍ରଥମ ଥର ପାଳନ କରାଯାଇଥିଲା। ପୃଥିବୀରେ ଅଧିକାଂଶ ଲୋକେ ସଠିକ ସମୟରେ ଖାଦ୍ୟ ନ ପାଇବାରୁ ସେମାନଙ୍କ ମୃତ୍ୟୁ ହୋଇଥାଏ। ଏହାସହ ଏଭଳି ମଧ୍ୟ ଅଧିକାଂଶ ସମୟରେ ଦେଖାଯାଇଥାଏ ଅନେକ ଲୋକଙ୍କୁ ସଠିକ ସମୟରେ ଖାଦ୍ୟ ମିଳିଥାଏ, ମାତ୍ର ସେମାନେ ଖାଦ୍ୟ ଅଧା ଖାଇ ଫିଙ୍ଗିଥାନ୍ତି। ତେଣୁ କୁହାଯାଏ ଯେତିକି ଖାଦ୍ୟ ଖାଇବେ ସେତିକି ହିଁ ନେବା ଉଚିତ।

ଉପସ୍ଥାପନା – ଦିବ୍ୟାଭାରତୀ ନାୟକ

Spread the love

Leave a Comment

Your email address will not be published. Required fields are marked *

Scroll to Top
×