ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ଵ ଦୁଗ୍ଧ ଦିବସ ଅବସରରେ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିବା ସହିତ ଓମଫେଡ ଚାଷୀ ମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏହି ଅବସରରେ, କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ, ମଇଁଷି ଉଦ୍ୟୋଗ ବିକାଶ, ମାଈ ବାଛୁରୀ ପାଳନ, ଗୋମହିଷାଦିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋତ୍ସାହନ ଏବଂ ଘାସଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।
ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ଏବଂ ଦୁଗ୍ଧ ଉତ୍ପାଦନ ଆମ ଗ୍ରାମୀଣ ଅର୍ଥନୀତିର ଏକ ପ୍ରମୁଖ ଅଙ୍ଗ। ଏହା କେବଳ ଏକ ଆୟର ଉତ୍ସ ନୁହେଁ। ବରଂ ଆମ ସମାଜରେ ପୁଷ୍ଟିକର ଖାଦ୍ୟ ଯୋଗାଇବାରେ ମଧ୍ୟ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ସେ ୨୦୨୪-୨୫ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ପ୍ରାୟ ୩ ଲକ୍ଷ ଗୋପାଳକଙ୍କୁ ୭୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ ଓ ରାଜ୍ୟର ୭୭ ଗୋଟି ପଞ୍ଜିକୃତ ଗୋଶାଳାରେ ଅସହାୟ ଗାଈଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ପ୍ରାଣିକଲ୍ୟାଣ ସଂଗଠନମାନଙ୍କୁ ୧୦.୫ କୋଟି ଟଙ୍କାର ଆର୍ଥିକ ସହାୟତା ବଣ୍ଟନ କରିଥିଲେ।
ଉପସ୍ଥାପନା – ଦିବ୍ୟାଭାରତୀ ନାୟକ